ମେଷ : ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ନୂତନ କାମ ଆରମ୍ଭ କରିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। କର୍ମକ୍ଷେତ୍ରରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ପ୍ରେମପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଘରକରଣା କୌଣସି ନୂତନ ବସ୍ତୁ କ୍ରୟ କରି ପାରନ୍ତି। ସରକାରୀ କାମରେ ସଫଳତା ମିଳିବ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେଇ ଆଗେଇବେ। ରାଜନୀତିକ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ।
ବୃଷ : ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ଆଶା କରିଥିବା କାର୍ଯ୍ୟ ପୁରଣ କରି ପାରିବେ। ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ସହ ଆଶୀର୍ବାଦ ମିଳିବ। ଆତ୍ମବିଶ୍ଵାସରେ ବୃଦ୍ଧି ହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଅଧିକ ଲାଭ ପାଇବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ।
ମିଥୁନ : ଆଜି ଆପଣଙ୍କ ପାଇଁ ଯନ୍ତ୍ରଣାଦାୟକ ହୋଇପାରେ, ତେଣୁ ପ୍ରତ୍ୟେକ ବିଷୟରେ ଯତ୍ନବାନ ହୁଅନ୍ତୁ | ପରିବାର ଏବଂ ପିଲାମାନଙ୍କ ସହିତ ପାର୍ଥକ୍ୟ ହୋଇପାରେ | ସ୍ୱଭାବ ଏବଂ ପ୍ରେରଣାକୁ ନିୟନ୍ତ୍ରଣରେ ରଖନ୍ତୁ, ଯାହାଫଳରେ ଏହା ନଷ୍ଟ ନହୁଏ | ଶାରୀରିକ ସ୍ୱାସ୍ଥ୍ୟ ଖରାପ ହୋଇପାରେ, ବିଶେଷକରି ଆଖିରେ ଯନ୍ତ୍ରଣା ହୁଏ | ଲଣ୍ଡରିଂ ମାମଲାରେ ବହୁତ ସତର୍କତା ଆବଶ୍ୟକ ।
କର୍କଟ : ଆଜି ଅନେକ ଦିନ ଲାଭ କରିବାର ଦିନ | ବ୍ୟବସାୟର ଅଭିବୃଦ୍ଧି ସହିତ ଆୟ ମଧ୍ୟ ବୃଦ୍ଧି ପାଇବ | ଚାକିରୀ କରୁଥିବା ବ୍ୟକ୍ତିମାନେ ଉପକୃତ ହେବାର ଏକ ସୁଯୋଗ ପାଇବେ | ବିବାହର ଆନନ୍ଦ ଗତ ଦୁଇ ଦିନ ପାଇଁ ସୁଖ ଏବଂ ଆନନ୍ଦରେ ଭଲ | ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ଭଲ ହେବ | ତୁମେ ପତ୍ନୀ ଏବଂ ପୁଅଠାରୁ ଶାନ୍ତି ଏବଂ ସୁଖ ପାଇବ | ଆମେ ଟଙ୍କାକୁ ସଠିକ୍ ଭାବରେ ସଂଗଠିତ କରିବାରେ ସମର୍ଥ ହେବା |
ସିଂହ : ସରକାରୀ କାମରେ ସଫଳତା ମିଳିବ । ସ୍ୱାସ୍ଥ୍ୟ ଭଲ ରହିବ । ବିଦେଶ ଯାତ୍ରା, ସୁଖଶାନ୍ତି, ଯଶଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ପାଇବେ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ ।
କନ୍ୟା : ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିବା ପାଇଁ ଚେଷ୍ଟା କରିବେ । ଯେତେ ଜଟିଳ ଥିଲେ ମଧ୍ୟ ଅଫିସ୍ ପରିସ୍ଥିତିକୁ ସହଜରେ ସମାଧାନ କରି ପାରିବେ । ପାରିବାରିକସ୍ତର ହସ ଖୁସିରେ କଟିବ । ବାଣିଜ୍ୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । ଅଚାନକ ଭାବରେ ସ୍ଥାନ ପରିବର୍ତ୍ତନ ହୋଇପାରେ ।
ତୁଳା : ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ହେବ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । କର୍ମକ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବା ସହ ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ।
ବିଛା : କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଆୟର ସ୍ରୋତ ଖୋଲିଯିବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । କୌଣସି ରାଜନେତାଙ୍କ ହେତୁ ସମସ୍ୟା ସୃଷ୍ଟି ହେବା ଫଳରେ ଖର୍ଚ୍ଚ ବୃଦ୍ଧି ହୋଇପାରେ । ଜଣେ ବନ୍ଧୁଙ୍କଠାରୁ ଦୂରତା ବଜାୟ ରହିବ ।
ଧନୁ : ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ।
ମକର : ଦୂରସ୍ଥାନକୁ ଯାତ୍ରା କରିବେ। କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ ଓ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଯଶସ୍ଵୀ ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ।
କୁମ୍ଭ : ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଋଣ ଭରଣାରେ ସହଜ ହେବ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ।
ମିନ : ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ରାଜନୀତି ଓ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହୋଇପାରେ।