ଆଜି ଓଡିଶା ପାଇଁ କଳା ଦିନ | ଚାଲିଗଲେ ମହାନ କିମ୍ବଦନ୍ତୀ ଆକ୍ଟ୍ରେସ…

 

ନମସ୍କାର ବନ୍ଧୁ ଗଣ ଆପଣ ମାନଙ୍କୁ  ଆମ ର ଏହି ସୁନ୍ଦର ୱେବ ପୋର୍ଟାଲ କୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ ଜଣାଇ ବାକୁ ଯାଉଛୁ ଯେ,ଆଉ ନାହାନ୍ତି ବର୍ଷିୟାନ୍ ଅଭିନେତ୍ରୀ ଝରଣା ଦାସ। ତେବେ ଆପଣ ଏହି ପୋଷ୍ଟ କୁ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ ,ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।

 

ଆଉ ନାହାନ୍ତି ବର୍ଷିୟାନ୍ ଅଭିନେତ୍ରୀ ଝରଣା ଦାସ ।କଟକ କଟକ ଚଣ୍ଡୀ ଛକ ସ୍ଥିତ ବାସଭବନରେ ବିଳମ୍ୱିତ ରାତିରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ସୂଚନା ରହିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା । ତାଙ୍କ ମୃତ୍ୟୁ ପରେ ଓଲିଉଡରେ ଶୋକର ଛାୟା ଖେଳିଯାଇଛି ।ଝରଣା ଦାସଙ୍କ ବାପା, କକା ଆଦି ସଙ୍ଗୀତ ସାଧକ ଥିବାସହ ବିଭିନ୍ନ ବାଦ୍ୟଯନ୍ତ୍ରରେ ନିପୁଣ ଥିଲେ । କେବଳ ଏତିକି ନୁହେଁ ତାଙ୍କ ମା’ ଜଣେ ଲେଖିକା ଥିଲେ । ଆଉ ମା’ ଲେଖିଥିବା ନାଟକରେ ସମସ୍ତେ ଭାଇଭଉଣୀ ମିଶି ଅଭିନୟ କରୁଥିଲେ । 

 

ଜଣେ ଶିଶୁ କଳାକାର ଭାବରେ କଟକ ଆକାଶବାଣୀରୁ ଅଭିନୟ ଆରମ୍ଭ କରିଥିଲେ ଝରଣା ଦାସ ।ଝରଣାଙ୍କ ବଡ଼ ଭାଇଙ୍କ ଅନ୍ତରଙ୍ଗ ବନ୍ଧୁ ଅଭିନେତା ତଥା ସଂଗୀତଜ୍ଞ ଅକ୍ଷୟ ମହାନ୍ତି ଚାହୁଁଥିଲେ ଝୁମୁ ଅଭିନେତ୍ରୀ ହୁଅନ୍ତୁ।ତେବେ ୬୦ ଦଶକରେ ଓଡ଼ିଆ ସିନେମାରେ ଆଗଧାଡ଼ିର ଅଭିନେତ୍ରୀ ଥିଲେ ଝରଣା ।ଶୈଳବାଳା କଲେଜର ପଢୁଥିବା ସମୟରେ ବେତାର ନାଟକ କରିବା ଆରମ୍ଭ କରିଥିଲେ ।  ୧୯୬୪ ମସିହାରେ ସେ ପ୍ରଥମ ଥର ପାଇଁ ଓଡ଼ିଆ ସିନେ ଜଗତରେ ପାଦ ଥାପିଥିଲେ ।ହରେକୃଷ୍ଣ ମହତାବଙ୍କ ଉପରେ ନିର୍ମିତ ଏକ ବୃତ୍ତଚିତ୍ରରେ ସେ ନିର୍ଦ୍ଦେଶନା ଦେଇଥିଲେ । 

 

ଏହାସହ ସେ “ଘର ଭଡ଼ା ଦିଆ ଯିବ” ଓ “ମଣିଷ” ଆଦି କାର୍ଯ୍ୟକ୍ରମରେ ଅଭିନୟ କରିଥିଲେ ।ଏଥିସହିତ ସେ ନିଜର ଫିଲ୍ମରେ ଅଭିନୟ ଚାଲୁ ରଖିଥିଲେ ।ତାଙ୍କର ପ୍ରଥମ ସିନେମା ଥିଲା ଅମଡ଼ା ବାଟ  ।  ୧୯୬୫ ମସିହାରେ ନିର୍ମିତ ଚଳଚ୍ଚିତ୍ର  ମଲାଜହ୍ନରେ  ସତୀ ଭୂମିକାରେ ଅଭିନୟ କରି,ସେ ବେଶ୍ ଲୋକପ୍ରିୟତା ସାଉଁଣ୍ଟିଥିଲେ ।ଅମଡ଼ା ବାଟ’, ‘ମଲା ଜହ୍ନ’ ଓ ‘ଅଦିନ ମେଘ’  ତାଙ୍କର ଚର୍ଚ୍ଚିତ ଫିଲ୍ମରେ ଅଭିନୟ କରି ଦର୍ଶକଙ୍କ ହୃଦୟରେ କରିଥିଲେ ରାଜ୍ । 

 

ତାଙ୍କର ଏହି ଅଭିନୟ ପାଇଁ ତାଙ୍କୁ ବହୁତ ଗୁଡ଼ିଏ ପୁରସ୍କାର ଓ ସମ୍ମାନରେ ସମ୍ମାନୀତ କରାଯାଇଛି । ୧୯୯୭ରେ ଜୟଦେବ ପୁରସ୍କାର, ୨୦୧୧ରେ ଓଡ଼ିଶା ଲିଭିଙ୍ଗ ଲିଜେଣ୍ଡ ଆୱାର୍ଡ଼, ୨୦୧୧ରେ ଓଡ଼ିଶା ସୋସାଇଟି ଅଫ ଆମେରିକା ସମ୍ମାନ, ୨୦୧୬ରେ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନରେ ସମ୍ମାନୀତ କରାଯାଇଛି ।ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସ୍ୱର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ୱୀ କଳାକାର ଭାବେ ବର୍ଣ୍ଣନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି ।

 

ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave a Reply

Your email address will not be published. Required fields are marked *