ଫୁଣି ବାତ୍ୟା ଆସିଲା ଜାଣନ୍ତୁ ଓଡିଶା ଉପରେ କେମିତି ପଡିବ ପ୍ରଭାବ ?

 

 

ନମସ୍କାର ବନ୍ଧୁ ଗଣ ଆପଣ ମାନଙ୍କୁ  ଆମ ର ଏହି ସୁନ୍ଦର ୱେବ ପୋର୍ଟାଲ କୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ ଜଣାଇ ବାକୁ ଯାଉଛୁ ଯେ,ସକ୍ରିୟ ହେଲା ଲଘୁଚାପ କ୍ଷେତ୍ର ଆଉ ବଢ଼ୁଛି ବାତ୍ୟାର ଭୟ । ଆନ୍ଧ୍ର ଉପକୂଳ ମୁହାଁ ବାତ୍ୟା ପ୍ରବଳ ବର୍ଷା ସହ ପବନ ହେବାର ସମ୍ଭାବନା ।ତେବେ ଆପଣ ଏହି ପୋଷ୍ଟ କୁ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ ,ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।

 

ତେବେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ରୂପନେବା ସମ୍ଭାବନା ରହିଛି । ଦକ୍ଷିଣ ଆନ୍ଧ୍ର ଉପକୂଳ ସମୁଦ୍ର ଆଖପାଖରେ ବାତ୍ୟା ପହଞ୍ଚିବା ସମ୍ଭାବନା ରହିଛି । ତେବେ ଓଡ଼ଶାରେ ଏହାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତମାନ ସମୟରେ ବାତ୍ୟା ଚିତ୍ର ହୋଇ ଯାଇଛି କ୍ଲିୟର । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ମଙ୍ଗଳବାର ସଂଧ୍ୟା ସୁଦ୍ଧା ଅବପାତର ରୂପ ନେଇ ପ୍ରାୟ ୮ ତାରିଖ ବେଳକୁ ଦକ୍ଷିଣ ଆନ୍ଧ୍ର ଉପକୂଳକୁ ମୁହାଁଇବ । 

 

ଆଉ ଏହି ସମ୍ଭାବ୍ୟ ବାତ୍ୟାର ସିଧାସଳଖ ପ୍ରଭାବ ରାଜ୍ୟ ଉପରେ ପଡ଼ିବ ନାହିଁ । କିନ୍ତୁ ବାତ୍ୟାର ବାହ୍ୟବଳୟ ସହ ଜଡିତ ମେଘ ସମୂହ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୦ ତାରିଖରେ ଏହି ସବୁ ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । 

 

ତେବେ ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶ ବୈଜ୍ଞାନିକ ଏଚ୍‌.ଆର୍‌ ବିଶ୍ୱାସ କହିବା ଅନୁସାରେ ଗତ ୨୪ ଘଣ୍ଟାରେ ଓଡ଼ିଶାର ସବୁ ଜିଲ୍ଲାରେ ପାଗ ଶୁଖିଲା ରହିଥିଲା । କିନ୍ତୁ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଛି । ଝାରସଗୁଡ଼ାରେ ୧୧.୨ ଡିଗ୍ରୀ, କୋରାପୁଟ୍‌ ପାହାଡିଆ ଅଞ୍ଚଳରେ ୯.୫ ଡିଗ୍ରୀ ଓ ଭୁବନେଶ୍ୱରରେ ୧୫.୭ ଡିଗ୍ରୀ ତାପମାତ୍ରା ରେକର୍ଡ଼ କରାଯାଇଛି । ଆଗାମୀ ୩ ଦିନ ଯାଏଁ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । 

 

ପରବର୍ତ୍ତୀ ୨ ଦିନ ମଧ୍ୟରେ ସମ୍ଭାବ୍ୟ ବାତ୍ୟା ଯୋଗୁ ରାଜ୍ୟ ମଧ୍ୟକୁ ସାମୁଦ୍ରିକ ବାୟୁର ମାତ୍ରା ବୃଦ୍ଧି ସହ ରାତ୍ରି ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଆଜିଠାରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । କିନ୍ତୁ ୧୦ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବା ରହିଛି ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି ।

 

ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

 

Leave a Reply

Your email address will not be published. Required fields are marked *