ବାହାଘର ସିଜନ୍ ପାଇଁ ପୁଣି ଖସିଲା ସୁନା-ରୁପା ଦର । ସୁନା ହେଲା ଭୟଙ୍କର ଶସ୍ତା… ନୂଆ ରେଟ ଜାଣନ୍ତୁ…

 

ନମସ୍କାର ବନ୍ଧୁଗଣ ଆପଣ ମାନଙ୍କୁ  ଆମର ଏହି ସୁନ୍ଦର ୱେବ ପୋର୍ଟାଲକୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ ଜଣାଇ ବାକୁ ଯାଉଛୁ ଯେ,ବାହାଘର ସିଜନ୍ ପାଇଁ ପୁଣି ଖସିଲା ସୁନା-ରୁପା ଦର । ସୁନା ୩୫୦୦ ଟଙ୍କା ଶସ୍ତାରେ ମିଳୁଛି।ତେବେ ଆପଣ ଏହି ପୋଷ୍ଟକୁ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ ,ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।

 

ବନ୍ଧୁଗଣ ଆଜି ସୁନା ଦରରେ ଆସିଛି ସାମାନ୍ୟ ପରିବର୍ତ୍ତନ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୦,୮୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୫,୫୫୦ ଟଙ୍କା ରହିଥିବା ଜଣାଯାଇଛି । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୪୫୦ ଟଙ୍କା ଓ ୫୬,୧୨୦ ଟଙ୍କା ହୋଇଛି । ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । 

 

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୧,୪୫୦ ଟଙ୍କା ଓ ୫୬,୧୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୧,୬୦୦ ଟଙ୍କା ଓ ୫୬,୨୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୧,୪୫୦ ଟଙ୍କା ଓ ୫୬,୧୨୦ ଟଙ୍କା ରହିଛି । ସେହିପରି ରୁପା ମୂଲ ୬୬ ,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି । 

 

ଉଲ୍ଲେଖନୀୟ କଥା ହେଉଛି, ଗତ କିଛିଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । 

 

ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ । ତେବେ ସୁନା-ରୁପାର ଯେଉଁ ଦାମ କୁହାଯାଇଛି, ବଜାରରେ ତା’ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ ଆଇବିଜେଏ ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, ଆଇବିଜେଏ ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।

 

ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

 

Leave a Reply

Your email address will not be published. Required fields are marked *