ମିଶନ ଶକ୍ତି ମୋ ସ୍କୁଟି ଯୋଜନା । ସବୁ ମହିଳା ପାଇବେ ଏବେ ସ୍କୁଟି । 

 

ନମସ୍କାର ବନ୍ଧୁଗଣ ଆପଣ ମାନଙ୍କୁ  ଆମର ଏହି ସୁନ୍ଦର ୱେବ ପୋର୍ଟାଲକୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ ଜଣାଇ ବାକୁ ଯାଉଛୁ ଯେ,ମିଶନ ଶକ୍ତି ମୋ ସ୍କୁଟି ଯୋଜନା । ସବୁ ମହିଳା ପାଇବେ ଏବେ ସ୍କୁଟି ।ତେବେ ଆପଣ ଏହି ପୋଷ୍ଟକୁ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ ,ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।

 

୨୦୨୩-୨୪ ପାଇଁ ମିଶନ ଶକ୍ତି ବିଭାଗକୁ ୨୫୫୪ କୋଟିରୁ ଅଧିକ ଅର୍ଥ ବ୍ୟୟବରାଦ । ଗତବର୍ଷ ତୁଳନାରେ ୨୭ପ୍ରତିଶତ ଅଧିକ ଅର୍ଥ ବ୍ୟୟବରାଦ ଦିଆଯାଇଛି । ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ମିଶନ ଶକ୍ତି ମନ୍ତ୍ରୀ ଓ ସଚିବ । ବଜେଟରେ ୨ଟି ନୂଆ ଯୋଜନା ଅନ୍ତର୍ଭୁକ୍ତ କରାଯାଇଛି । ଏସଏଚଜି ମାଆମାନଙ୍କୁ ଦିଆଯିବ ଇ-ସ୍କୁଟି । ଇସି ସଦସ୍ୟଙ୍କୁ ମିଳିବ ଇ-ସ୍କୁଟି । ସେଥିପାଇଁ ବଜେଟରେ ୫୦କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । 

 

ଇ-ସ୍କୁଟିରେ ୧ଲକ୍ଷ ଟଙ୍କାର ରିହାତି ପାଇବେ ମହିଳା । ୨୦୨୩-୨୪ ପାଇଁ ମିଶନ ଶକ୍ତି ବିଭାଗକୁ ୨୫୫୪ କୋଟିରୁ ଅଧିକ ଅର୍ଥ ମିଳିଛି । ଗତବର୍ଷ ତୁଳନାରେ ୨୭ପ୍ରତିଶତ ଅଧିକ ଅର୍ଥ ଦିଆଯାଇଛି । ଏସଏଚଜିଙ୍କୁ ଏସଏମ୍ଇ ରେ ପରିଣତ କରିବା ଲକ୍ଷ୍ୟ ରଖାଯାଇଛି । ମାଆମାନେ ଉଦ୍ୟୋଗୀ ହୁଅନ୍ତୁ ବୋଲି ଚାହାଁନ୍ତି ମୁଖ୍ୟମନ୍ତ୍ରୀ । ମାଆମାନେ ଅଧିକ ସଶକ୍ତ ହେବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ । ଇଣ୍ଡଷ୍ଟ୍ରିଆଲ ପାର୍କ ପାଇଁ ୧୫୦କୋଟି ବ୍ୟୟ ବରାଦ ହୋଇଛି । ସବୁ ଏସଏଚଜିଙ୍କ ପାଇଁ ହେବ ଇଣ୍ଡଷ୍ଟ୍ରିଆଲ ପାର୍କ । 

 

ଏହାଛଡ଼ା ୫ଶହ ମିଶନ ଶକ୍ତି କାଫେ ଓ ବଜାର ଖୋଲିବାକୁ ଲକ୍ଷ୍ୟ ରଖାଯାଇଛି । ଯାହା ଫଳରେ ମିଶନଶକ୍ତି ମାଆ ମାନେ ସେମାନଙ୍କ ଉତ୍ପାଦ ସହଜରେ ବିକ୍ରି କରିପାରିବେ । ସାଧାରଣତଃ ପର୍ଯ୍ୟଟନସ୍ଥଳୀ ଓ ବଡ଼ ଜିଲ୍ଲାରେ ବଜାର ପାଇଁ ୩୭୦ କୋଟି ମିଳିଛି । ଏବର୍ଷ ଜଙ୍ଗଲ ଓ ପରିବେଶ, ଗଣଶିକ୍ଷା ବିଭାଗ ସହ ସହଭାଗିତା କରିବ ମିଶନ ଶକ୍ତି । ଜଙ୍ଗଲ ନିଆଁ ନେଇ ସଚେତନତା ସୃଷ୍ଟି, ନର୍ସରୀ କାମ ପାଇବେ ମିଶନ ଶକ୍ତି ମହିଳା । 

 

ସମସ୍ତ ୫-ଟି ସ୍କୁଲ ଓ କସ୍ତୁରବା ଗାନ୍ଧୀ ସ୍କୁଲର ମେଣ୍ଟେନାନସ କରିବେ ଏସଏଚଜି । ଏସଏଚଜି ମହିଳାଙ୍କୁ ୫ ବର୍ଷରେ ୧୦ ହଜାର କୋଟି ଟଙ୍କାର କାମ ଯୋଗାଇବେ ରାଜ୍ୟ ସରକାର । ପ୍ରତି ଜିଲ୍ଲାରେ ଏସଏଚଜି ମହିଳାଙ୍କୁ ଦିଆଯିବ ଡ୍ରାଇଭିଂ ଟ୍ରେନିଂ । ଗଞ୍ଜାମ ଇଣ୍ଡଷ୍ଟ୍ରିଆଲ ପାର୍କରେ ଶୁଖୁଆ, ଆଚାର ନିର୍ମାଣକୁ ଦିଆଯିବ ଗୁରୁତ୍ବ । ଏସଏଚଜି ମହିଳାଙ୍କୁ ମିଳିବ ଫେସନ୍, ବିୟୁଟି, ଷ୍ଟିଚିଂ, ଡିଜିଟାଲ ଓ ବିଜିନେସ ମ୍ୟାନେଜମଣ୍ଟ ଟ୍ରେନିଂ । ଓୟୁଏଟି ସହଭାଗିତାରେ କୃଷି ପ୍ରକ୍ରିୟାକରଣ ଟ୍ରେନିଂ ଦିଆଯିବ ବୋଲି  ସୂଚନା ମିଳିଛି ।

 

ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

 

Leave a Reply

Your email address will not be published. Required fields are marked *