ନମସ୍କାର ବନ୍ଧୁଗଣ ଆପଣ ମାନଙ୍କୁ ଆମର ଏହି ସୁନ୍ଦର ୱେବ ପୋର୍ଟାଲକୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ ଜଣାଇ ବାକୁ ଯାଉଛୁ ଯେ,ସାବଧାନ! ଏହି ସବୁ ଜିଲ୍ଲା ମାନଙ୍କରେ ପ୍ରବଳ ବର୍ଷା, ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ।ତେବେ ଆପଣ ଏହି ପୋଷ୍ଟକୁ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ ,ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।
ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ଆଜି ଭୋରରୁ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ପବନ ହୋଇଥିଲା । ପଶ୍ଚିମା ଝଡ଼ ପ୍ରଭାବ ରାଜ୍ୟ ଆଉ ୨ଦିନ ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବନୁମାନ କରାଯାଇଛି । ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ପଶ୍ଚିମା ଝଡ଼ ପ୍ରଭାବରେ ଆଜି ରାଜ୍ୟରେ ବର୍ଷା ପବନ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୦ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି, ଗଞ୍ଜାମ ଓ କନ୍ଧମାଳ ।ତେବେ ବନ୍ଧୁଗଣ ଆସନ୍ତା ୨୪ରୁ ପୁଣି ଆରମ୍ଭ ହୋଇଯିବ ପଶ୍ଚିମା ଝଡ଼ । ପୁଣି ଆଣିବ ଝଡ଼ ତୋଫାନ । ଆସନ୍ତା ୪୮ ଘଣ୍ଟା ଯାଏ ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶାର ଗଜପତି ଜିଲ୍ଲାରେ ବର୍ଷା ହୋଇପାରେ । ୨୩ରୁ କମିବ ବର୍ଷା । ଉତ୍ତର ପଶ୍ଚିମ ଦିଗ ଦେଇ ଆଉ ଏକ ପଶ୍ଚିମା ଝଡ଼ ରାଜ୍ୟକୁ ପ୍ରବେଶ କରିବ । ଫଳରେ ଆସନ୍ତା ୨୫ରୁ ପୁଣି ବର୍ଷା ହେବ । ଏଭଳି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଜ୍ଞାନୀ ।
ରାଜ୍ୟରେ ଗତ ତିନି ଦିନ ଧରି ପଶ୍ଚିମା ଝଡ଼ର ପ୍ରଭାବ ଦେଖିବାକୁ ମିଳିଛି । ସାରା ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଥିଲା । ରାୟଗଡ଼ା ଜିଲ୍ଲାରେ କୁଆପଥର ମାଡ଼ ହୋଇଥିଲା । ବହୁ ସ୍ଥାନରେ ଗଛ ଉପାଡ଼ି ଦେଇଥିବା ବେଳେ ଛପର ଘର ଉଡ଼ି ଯାଇଥିଲା । ଆଜି ରାଜଧାନୀରେ ସକାଳୁ ସକାଳୁ ବର୍ଷା । ଭୁବନେଶ୍ୱରରେ ପବନ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି । ଆଜି ଭୋର ସମୟରେ ଦ୍ବୈତ ନଗରୀରେ ବିଜୁଳି, ଘଡ଼ଘଡ଼ି ସହ ସହ ପ୍ରବଳ ବର୍ଷା ହୋଇଥିବା ସହିତ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ସମେତ କେତେକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅନୁରୂପ ବର୍ଷା ହୋଇଥିବାର ଖବର ମିଳିଛି ।
ତେବେ ଝଡ଼ତୋଫାନ ସହ ବର୍ଷା ଓ କୁଆପଥର ମାଡ଼ ହେବାରୁ ବିଭିନ୍ନ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିବା ସହ ଫସଲହାନୀ ହୋଇଥିବା ସୂଚନା ମିଳିଛି । ଏହି କାରଣରୁ ପ୍ରାୟ ଘଣ୍ଟାଏ କାଳ ବିଦ୍ୟୁତ୍ ସରବରାହ ବନ୍ଦ ରହିଥିଲା । ତେଣୁ ୭ ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରିଥିଲା ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହେବ । ଏହି ସମୟରେ ପବନର ବେଗ ୫୦ରୁ ୬୦ କିଲୋମିଟର ରହିଥିଲା । ବର୍ଷା ପ୍ରଭାବରେ ରାଜ୍ୟରେ ୯ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିଛି । ଦିନକ ପରେ ପୁଣି ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା।
ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।