ଲଘୁଚାପ ପରିଣତ ହେଲା ଭୀଷଣ ବାତ୍ୟା ରେ । ଓଡିଶା ମୁଁହା ହେଲା ବାତ୍ୟା । 4 ଜିଲ୍ଲାକୁ ରେଡ଼ ଆଲର୍ଟ ଜାରି କଲା IMD…

 

ନମସ୍କାର ବନ୍ଧୁ ଗଣ ଆପଣ ମାନଙ୍କୁ  ଆମ ର ଏହି ସୁନ୍ଦର ୱେବ ପୋର୍ଟାଲ କୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ ଜଣାଇ ବାକୁ ଯାଉଛୁ ଯେ,ବାତ୍ୟା ନେଲା ସାମୁଦ୍ରିକ ଝଡ଼ ର ଆକାର । ୪ ଜିଲ୍ଲା କୁ ରେଡ୍ ୱାର୍ଣିଂ ।ତେବେ ଆପଣ ଏହି ପୋଷ୍ଟ କୁ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ ,ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।

 

ଆଣ୍ଡାମାନ ସାଗରରେ ସୃଷ୍ଟିହୋଇଥିବା ଲଘୁଚାପ ଧୀରେ ଧୀରେ ବାତ୍ୟାର ରୂପ ନେବାରେ ଲାଗିଛି । କାଳକ୍ରମେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡକୁ ଗତି କରିବ ଓ ୨ ତାରିଖରେ ଡିପ୍ରେସନ୍ ରେ ପରିଣତ ହେବ । ସମ୍ଭାବ୍ୟ ବାତ୍ୟା ପ୍ରବାବରେ ଓଡ଼ିଶାରେ ୩ ତାରିଖରୁ ଆରମ୍ଭ ହେବ ବର୍ଷା ପବନ । ୪ ତାରିଖରେ ବର୍ଷାର ପରିମାଣ ବଢ଼ିବ । ଦକ୍ଷିଣ ଓଡ଼ିଶା ସମେତ ଉପକୂଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏଥିପାଇଁ ୪ ଜିଲ୍ଲା ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି ହୋଇଛି । ସେହିପରି ୭ ଜିଲ୍ଲା କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟକୁ ପାଣିପାଗ ବିଭାଗ ଦେଇଛି ଅରେଞ୍ଜ ୱାର୍ଣ୍ଣିଂ । ରେଡ୍‌ ଆଲର୍ଟ ଓ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । 

 

ସେହିପରି ୪ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମାଲକାନଗିରିକୁ ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଓଡ଼ିଶାରେ ତିନି ଦିନ ବର୍ଷା ହେବ । ପ୍ରବଳ ବର୍ଷା ଯୋଗୁ ବନ୍ୟା ଆଶଙ୍କା କରାଯାଉଛି । ତଳି ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ବି ରହିଛି । କଚା ଘର କାନ୍ଥ ଭୁଶୁଡ଼ିବା ସହ ରାସ୍ତାଘାଟ ପ୍ରଭାବିତ ହୋଇପାରେ । ବ୍ୟାପକ ଫସଲ ହାନୀ ଆଶଙ୍କା ରହିଛି । ବିଲରୁ ଧାନ ଫସଲ କାଟି ସୁରକ୍ଷିତ ସ୍ଥାନରେ ରଖିବାକୁ କୁହାଯାଉଛି । ତେବେ ପରବର୍ତ୍ତୀ ୨୪ ଘଣ୍ଟାରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାତ୍ୟା ସୃଷ୍ଟିର ସମ୍ଭାବନା ରହିଛି । ପରେ ଉତ୍ତରପଶ୍ଚିମ ଦିଗରେ ଗତି କରି ୪ ତାରିଖ ସକାଳେ ଉତ୍ତର ଆନ୍ଧ୍ର-ଓଡ଼ିଶା ଉପକୂଳ ପହଞ୍ଚିବା ସମ୍ଭାବନା ରହିଛି। 

 

ଆସନ୍ତାକାଲି ଅବପାତରେ ପରିଣତ ହେବା ପରେ ବାତ୍ୟାର ସଠିକ ଆକଳନ କରାଯାଇପାରିବ । ବାତ୍ୟାର ତୀବ୍ରତା କେତେ ରହିବ ଓ କେଉଁଠି ମାଡ଼ ହେବ କାଲି ସ୍ପଷ୍ଟ ହେବ ବୋଲି ଆଇଏମଡି ଡିଜି ସୂଚନା ଦେଇଛନ୍ତି । କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୧୦୦ରୁ ୧୧୦ କିଲୋମିଟର ବେଗରେ ପବନ ବହିବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବାତ୍ୟା ଆଶ୍ରୟ ସ୍ଥଳ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । କଚ୍ଚା ଘର ଓ ତଳିଆ ଅଞ୍ଚଳ ଲୋକଙ୍କୁ ସ୍ଥିତି ଦେଖି ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅଗ୍ନିଶମ ବାହିନୀ , ଓଡ୍ରାଫ, ଏନଡିଆରଏଫଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ରହିଛି, ଏହା ସହ ୨ଶହ ଅଗ୍ନିଶମ ବାହିନୀ ଟିମ୍ ପ୍ରସ୍ତୁତ ରହିବେ । 

 

୩ ତାରିଖ ରାତିରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ । ୪ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୩ ତାରିଖ ମଧ୍ୟରାତ୍ରିରୁ ପବନର ବେଗ ବଢ଼ିବ । ଏହାର ପ୍ରଭାବରେ ୪୦ରୁ ୪୫ କିମି ବେଗରେ ବହିପାରେ । ୪ ତାରିଖ ଦିନ ସକାଳେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବ ବାତ୍ୟା । ୪ ତାରିଖ ଦିନ ବର୍ଷା ଓ ପବନର ବେଗ ବଢ଼ିବ ଓ ୫ ତାରିଖରେ କେବଳ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ସୂଚନା ଦିଆଯାଇଛି । ଉପକୂଳ ସହ ନୟାଗଡ଼, ମୟୂରଭଞ୍ଜ, ଜିଲ୍ଲାରେ ସତର୍କତା ଫସଲକୁ ସୁରକ୍ଷିତ ସ୍ଥାନକୁ ଆଣିବାକୁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି ।

 

ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

 

Leave a Reply

Your email address will not be published. Required fields are marked *