ଏବେ ଆସିଲା ବାତ୍ୟା ର ବଡ଼ ଅପଡେଟ । ଓଡିଶା ପୁରୀରେ ହେବ ଲ୍ୟାଣ୍ଡଫଲ । ଏହି ସବୁ ଜିଲ୍ଲାକୁ ଅଧିକ ବିପଦ…

 

ନମସ୍କାର ବନ୍ଧୁ ଗଣ ଆପଣ ମାନଙ୍କୁ  ଆମ ର ଏହି ସୁନ୍ଦର ୱେବ ପୋର୍ଟାଲ କୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ ଜଣାଇ ବାକୁ ଯାଉଛୁ ଯେ,ଆକଳନ ଅନୁସାରେ ବାତ୍ୟା ପୁରୀ ଠାରେ ଲ୍ୟାଣ୍ଡଫଲ୍ କରିପାରେ  । ତେବେ କଣ ରହିଛି ସମ୍ପୂର୍ଣ ଘଟଣା ଚାଲନ୍ତୁ ଜାଣିବା ।ତେବେ ଆପଣ ଏହି ପୋଷ୍ଟ କୁ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ ,ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।

 

ସମ୍ଭାବ୍ୟ ବାତ୍ୟା ପ୍ରବାବରେ ଓଡ଼ିଶାରେ ୩ ତାରିଖରୁ ଆରମ୍ଭ ହେବ ବର୍ଷା ପବନ । ୪ ତାରିଖରେ ବର୍ଷାର ପରିମାଣ ବଢ଼ିବ ।ଆଣ୍ଡାମାନ ସାଗରରେ ସୃଷ୍ଟିହୋଇଥିବା ଲଘୁଚାପ ଧୀରେ ଧୀରେ ବାତ୍ୟାର ରୂପ ନେବାରେ ଲାଗିଛି । କାଳକ୍ରମେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡକୁ ଗତି କରିବ ଓ ୨ ତାରିଖରେ ଡିପ୍ରେସନ୍ ରେ ପରିଣତ ହେବ । ଦକ୍ଷିଣ ଓଡ଼ିଶା ସମେତ ଉପକୂଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଓଡ଼ିଶାରେ ତିନି ଦିନ ବର୍ଷା ହେବ । ବାତ୍ୟାର ତୀବ୍ରତା କେତେ ରହିବ ଓ କେଉଁଠି ମାଡ଼ ହେବ କାଲି ସ୍ପଷ୍ଟ ହେବ ବୋଲି ଆଇଏମଡି ଡିଜି ସୂଚନା ଦେଇଛନ୍ତି । ପ୍ରବଳ ବର୍ଷା ଯୋଗୁ ବନ୍ୟା ଆଶଙ୍କା କରାଯାଉଛି । ତଳି ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ । କଚା ଘର କାନ୍ଥ ଭୁଶୁଡ଼ିବା ସହ ରାସ୍ତାଘାଟ ପ୍ରଭାବିତ ହୋଇପାରେ । ତେବେ ପରବର୍ତ୍ତୀ ୨୪ ଘଣ୍ଟାରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାତ୍ୟା ସୃଷ୍ଟିର ସମ୍ଭାବନା ରହିଛି ।

 

ପରେ ଉତ୍ତରପଶ୍ଚିମ ଦିଗରେ ଗତି କରି ୪ ତାରିଖ ସକାଳେ ଉତ୍ତର ଆନ୍ଧ୍ର-ଓଡ଼ିଶା ଉପକୂଳ ପହଞ୍ଚିବା ସମ୍ଭାବନା ରହିଛି । ଆସନ୍ତାକାଲି ଅବପାତରେ ପରିଣତ ହେବା ପରେ ବାତ୍ୟାର ସଠିକ ଆକଳନ କରାଯାଇପାରିବ । କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୧୦୦ରୁ ୧୧୦ କିଲୋମିଟର ବେଗରେ ପବନ ବହିବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବାତ୍ୟା ଆଶ୍ରୟ ସ୍ଥଳ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।  ରେଡ୍‌ ଆଲର୍ଟ ଓ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ୪ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମାଲକାନଗିରିକୁ ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଓଡ଼ିଶାରେ ତିନି ଦିନ ବର୍ଷା ହେବ । 

 

ଅଗ୍ନିଶମ ବାହିନୀ , ଓଡ୍ରାଫ, ଏନଡିଆରଏଫଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ରହିଛି, ଏହା ସହ ୨ଶହ ଅଗ୍ନିଶମ ବାହିନୀ ଟିମ୍ ପ୍ରସ୍ତୁତ ରହିବେ । କଚ୍ଚା ଘର ଓ ତଳିଆ ଅଞ୍ଚଳ ଲୋକଙ୍କୁ ସ୍ଥିତି ଦେଖି ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୩ ତାରିଖ ରାତିରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ । ୪ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୩ ତାରିଖ ମଧ୍ୟରାତ୍ରିରୁ ପବନର ବେଗ ବଢ଼ିବ । ଏହାର ପ୍ରଭାବରେ ୪୦ରୁ ୪୫ କିମି ବେଗରେ ବହିପାରେ । ୪ ତାରିଖ ଦିନ ସକାଳେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବ ବାତ୍ୟା । ୪ ତାରିଖ ଦିନ ବର୍ଷା ଓ ପବନର ବେଗବଢ଼ିବ ଓ ୫ ତାରିଖରେ କେବଳ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ସୂଚନା ଦିଆଯାଇଛି । ବାତ୍ୟା ଯଦି ଅଧିକ ଦିଗ ବଦଳାଏ ତେବେ ହୁଏତ ସ୍ଥଳ ଭାଗ ନଛୁଇଁପାରେ । ପୁରୀ ଜିଲ୍ଲାରେ ସ୍ଥଳଭାଗ ଛୁଇଁବା ର ସମ୍ଭାବନା ରହିଛି  ସ୍ଥଳ ଭାଗ ଅଳ୍ପ ଛୁଇଁବା ପରେ ବାତ୍ୟା ପୁଣି ସମୁଦ୍ର ଭିତରକୁ ଚାଲିଯାଇପାରେ।  

 

ସୂଚନାନୁଯାୟୀ, ୮ରୁ ୧୦ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେଇପାରେ ଗଭୀର ଅବପାତ । ପୁରୀ ଜିଲ୍ଲାର କୌଣସି ସ୍ଥାନରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା । ଜଗତସିଂହପୁର, ଖୋର୍ଦ୍ଧା, ଗଞ୍ଜାମ, ପୁରୀରେ ବାତ୍ୟା ପ୍ରଭାବ ରହିବ।  ଶୁକ୍ରବାର ମଧ୍ୟରାତିରେ ବର୍ଷାର ପରିମାଣ ବଢିବ । ଦୁଇ ଦିନ ପାଇଁ ପିଇବା ପାଣି ସଂଗ୍ରହ କରି ରଖିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି ଯେ,ଉଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫର ୬୦ଟି ଟିମ୍‌, ଏନଡିଆରଏଫର ୩୪ଟି ଟିମ୍‌, ଅଗ୍ନିଶମର ୧୭୨ଟି ଟିମ୍‌ ଗଠନ କରାଯାଇଛି ।ଲୋକଙ୍କୁ ସ୍ଥାନାନ୍ତର ପାଇଁ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ କୁହାଯାଇଛି ।ବାତ୍ୟା ନେଇ ପୂର୍ବତଟ ରେଳପଥ ଦେଇ ଯାଉଥିବା ୯୫ଟି ଟ୍ରେନକୁ ବାତିଲ କରାଯାଇଛି ।

 

ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

 

  

Leave a Reply

Your email address will not be published. Required fields are marked *