ମୋଦିଙ୍କ ବଡ଼ ଘୋଷଣା | ସମସ୍ତିଙ୍କୁ ମିଳିବ 6 ମାସ ରାସନ ଓ ଚାଉଳ ମାଗଣାରେ….

ନମସ୍କାର ବନ୍ଧୁ ଗଣ ଆପଣ ମାନଙ୍କୁ  ଆମ ର ଏହି ସୁନ୍ଦର ୱେବ ପୋର୍ଟାଲ କୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ ଜଣାଇ ବାକୁ ଯାଉଛୁ ଯେ,୬ ମାସ ବଢ଼ିଲା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା, ଆସନ୍ତୁ ଜାଣିବା ସମ୍ପୂର୍ଣ ଖବର।ତେବେ ଆପଣ ଏହି ପୋଷ୍ଟ କୁ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ ,ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ରବିବାର ହୋଇଥିବା କ୍ୟାବିନେଟ୍ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ର କ୍ୟାବିନେଟ୍ ରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅର୍ଥାତ ପିଏମଜି କେଏୱାଇ ର ସମୟସୀମା ୬ ମାସ ବଢ଼ାଯାଇଛି । ଏବେ ଏହି ଯୋଜନା ଅନୁଯାୟୀ ସେପ୍ଟେମ୍ବର ୨୦୨୨ ପର୍ଯ୍ୟନ୍ତ ହିତାଧିକାରୀଙ୍କୁ ମାଗଣାରେ ରାସନ ମିଳିବ ।

ସୂଚନାଯୋଗ୍ୟ, ମାର୍ଚ୍ଚ ୨୦୨୦ ଠାରୁ କେନ୍ଦ୍ର ସରକାରଙ୍କ ତରଫରୁ ଏହି ସ୍କିମରେ ଗରିବ ପରିବାରଙ୍କୁ ମାଗଣାରେ ରାସନ ଯୋଗାଇ ଦିଆଯାଉଛି ।ତେବେ ଶନିବାର କ୍ୟାବିନେଟ ନିଷ୍ପତ୍ତି ପରେ ପିଏମଜିକେଏୱାଇ ଅନୁଯାୟୀ ୮୦ କୋଟିରୁ ଅଧିକ ହିତାଧିକାରୀଙ୍କୁ ଯୋଜନାରେ ମୁଣ୍ଡପିଛା ମାସକୁ ୫ କିଲୋ ରାସନ ମାଗଣା ମିଳିବ ।କରୋନା ମହାମାରୀ ସମୟରେ ଉତ୍ତରପ୍ରଦେଶରେ ଆରମ୍ଭ ହୋଇଥିବା ମାଗଣା ରାସନ୍‌ ଯୋଜନାକୁ ଆଉ ୩ ମାସ ବଢ଼ାଯାଉଛି।

ରାଜ୍ୟରେ ପ୍ରଥମ କ୍ୟାବିନେଟ୍‌ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ଯୋଜନା ଅଧୀନରେ ମୋଟ୍‌ ୧୫ କୋଟି ଲୋକ ଉପକୃତ ହେବେ।ଦେଶରେ କରୋନା ମହାମାରୀର ପ୍ରଥମ ପର୍ଯ୍ୟାୟରେ ମାର୍ଚ୍ଚ ୨୦୨୦ରେ ଏହି ଯୋଜନା ଆରମ୍ଭ ହୋଇଥିଲା। ଯୋଜନାର ପ୍ରଥମ ପର୍ଯ୍ୟାୟ ୨୦୨୦ ଏପ୍ରିଲରୁ ଜୁନ୍‌ ମଧ୍ୟରେ କାର୍ଯ୍ୟକାରୀ ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟ ଜୁଲାଇରୁ ନଭେମ୍ବର ୨୦୨୦ ମଧ୍ୟରେ କାର୍ଯ୍ୟକାରୀ ହୋଇଛି।

ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave a Reply

Your email address will not be published. Required fields are marked *