ଏବେ ଏବେ ଓଡିଶା ହରେଇଲା ଆଉ ଜଣେ ମହାନ କିମ୍ବଦନ୍ତୀ ଙ୍କୁ | ନାମ ଜାଣିଲେ ଆପଣ ବି ଚମକି ପଡିବେ…

 

 

ନମସ୍କାର ବନ୍ଧୁ ଗଣ ଆପଣ ମାନଙ୍କୁ  ଆମ ର ଏହି ସୁନ୍ଦର ୱେବ ପୋର୍ଟାଲ କୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ ଜଣାଇ ବାକୁ ଯାଉଛୁ ଯେ,ପରଲୋକରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କର। ସ୍ତବ୍ଧ ହୋଇଗଲା ସଙ୍ଗୀତ ଜଗତ । ତେବେ ଆସନ୍ତୁ ଜାଣିବା ସମ୍ପୂର୍ଣ ବୀବରଣୀ । ତେବେ ଆପଣ ଏହି ପୋଷ୍ଟ କୁ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ ,ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।

 

ବନ୍ଧୁଗଣ ବର୍ତମାନ ସମୟରେ ଯେଉଁ ଏକ ଅତି ଦୁଃଖଦନୀୟ ଖବର ରହିଛି ତାହା ହେଉଛି ଆଖି ବୁଜିଲେ ବିଶିଶ୍ଟ ସଂଗୀତଜ୍ଞ ପ୍ରଫୁଲ କର । ୮୩ ବର୍ଷ ବୟସରେ ଆଖି ବୁଜିଛନ୍ତି ଏହି ସଙ୍ଗୀତ ଯାଦୁକର । ଶହ ଶହ ସୁମଧୁର ଗୀତରେ ଓଡ଼ିଆ ଦର୍ଶକଙ୍କୁ ବାନ୍ଧି ରଖିଥିବା ଏହି କିମ୍ବଦନ୍ତୀ କଣ୍ଠଶିଳ୍ପୀ ତଥା ସଙ୍ଗୀତକାର ଆଖି ବୁଝିଛନ୍ତି ।  ରବିବାର ରାତି ୯.୩୦ରେ ପ୍ରଫୁଲ କରଙ୍କ ଦେହାନ୍ତ ହୋଇଥିବା ନେଇ ସୂଚନା ଦେଇଛନ୍ତି ପୁତ୍ର ମହାଦୀପ କର । ଭୁବନେଶ୍ୱର ସତ୍ୟନଗର ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । 

 

ସଂଗୀତ ସାଧକ ପ୍ରଫୁଲ କରଙ୍କ ପ୍ରତିଭାକୁ ପ୍ରଶଂସା କରିଥିଲେ ଭାରତ ସରକାର । ଯେଉଁଥିପାଇଁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଥିଲା । ଓଡ଼ିଶାରେ ଓଡ଼ିଆ ସଙ୍ଗୀତର ବୀଜ ଅଙ୍କୁରୋପଣ କରିବାରେ ପ୍ରଫୁଲ୍ଲ କରଙ୍କ ରହିଛି ଅତୁଳନୀୟ ଅବଦାନ  । ୧୯୩୯ ମସିହା ଫେବୃଆରୀ ୧୬ ତାରିଖରେ ପୁରୀରେ ଜନ୍ମ ଗ୍ରହଣ କରିଥିଲେ ପ୍ରଫୁଲ୍ଲ କର । ପିତା ବୈଦ୍ୟନାଥ କର ଓ ମାତା ସୁଶିଳା କରଙ୍କ ସନ୍ତାନ ଥିଲେ ପ୍ରଫୁଲ୍ଲ କର । ତାଙ୍କ ପରିବାରରେ ସଂଗୀତମୟ ପରିବେଶ ଥିଲା । ସମଗ୍ର ପରିବାର ହିଁ ତାଙ୍କର ଥିଲା ସଙ୍ଗୀତର ଆସର । 

 

ତେବେ ବାଲ୍ୟକାଳରୁ ହିଁ ପ୍ରଫୁଲ୍ଲ କର ଏହି ସବୁ ସଙ୍ଗୀତଜ୍ଞମାନଙ୍କୁ ଶୁଣିବାର ସୁଯୋଗ ପାଇଥିଲେ ଓ ଏହାର ପ୍ରଭାବ ତାଙ୍କ ଉପରେ ବେଶ୍ ପଡ଼ିଥିଲା । ସୂଚନାଯୋଗ୍ୟ ପ୍ରଫୁଲ୍ଲ କର ପ୍ରାୟ ୭୦ରୁ ଅଧିକ ଓଡ଼ିଆ ସିନେମା ଓ ୪ଟି ବଙ୍ଗଳା ଭାଷା ସିନେମାରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । ତାଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତ ତଥା ପାରମ୍ପାରିକ ଓଡ଼ିଶୀ ଲୋକଗୀତର ବହୁଳ ବ୍ୟବହାର ଦେଖିବାକୁ ମିଳେ  । ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶନା ପାଇଁ ସେ ୮ଥର  ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଲାଭ ମଧ୍ୟ କରିଛନ୍ତି । 

 

ପ୍ରଫୁଲ୍ଲ କରଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ଉଷା ମଙ୍ଗେସକର, ଅନୁରାଧା ପୌଡ଼ୱାଲ, ସୁରେଶ ୱାଡେକର, କବିତା କୃଷ୍ଣମୂର୍ତୀ, ଅମିତ କୁମାର,  ଏସ. ଜାନକୀ, ମହମ୍ମଦ ଅଜିଜ ସିପ୍ରା ବୋଷ, ବାଣୀ ଜୟରାମ, ହେମୟନ୍ତି ଶୁକ୍ଳା, ମନୁ ପ୍ରଭୃତି ବହୁ ଜାତୀୟ ସ୍ଥରର ଗାୟକମାନେ  ଓଡ଼ିଆ ସିନେମା କଣ୍ଠଦାନ କରିଥିଲେ । ତେବେ ଆଉ ନାହାନ୍ତି କମଳ ଦେଶର ରାଜକୁମାର ତଥା ଓଡ଼ିଆ ସଂଗୀତ ଜଗତର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ ଓ ଗୀତିକାର ପ୍ରଫୁଲ୍ଲ କର । ତାଙ୍କ ମୃତ୍ୟୁରେ ସଙ୍ଗୀତ ଜଗତ ତଥା ସାରା ରାଜ୍ୟରେ ଗଭୀର ଶୋକର ଛାୟା ଖେଳି ଯାଇଛି ।

 

ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

 

Leave a Reply

Your email address will not be published. Required fields are marked *