ନମସ୍କାର ବନ୍ଧୁ ଗଣ ଆପଣ ମାନଙ୍କୁ ଆମ ର ଏହି ସୁନ୍ଦର ୱେବ ପୋର୍ଟାଲ କୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ ଜଣାଇ ବାକୁ ଯାଉଛୁ ଯେ,ମାଡ଼ି ଆସୁଛି ବାତ୍ୟା ଆସାନୀ ।ଆସନ୍ତୁ ଜାଣିବା କେଉଁ ଦିନ କେଉଁ ସ୍ଥାନରେ ହେବ ବର୍ଷା ?ତେବେ ଆପଣ ଏହି ପୋଷ୍ଟ କୁ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ ,ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।
ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ୭ ତାରିଖରେ ଅବପାତ ଓ ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ଏହା ପରେ ବାତ୍ୟା ଉତ୍ତରପଶ୍ଚିମ ଦିଗରେ ଗତି କରିବ । ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ୧୦ ତାରିଖରେ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହିତ ୪ଟି ଜିଲ୍ଲା ଯଥା ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁରର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହିବ । ସେହିପରି ୧୦ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ଏବଂ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ । ୧୦ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳକୁ ମତ୍ସ୍ୟଜୀବୀ ମାନଙ୍କୁ ପ୍ରବେଶ ପାଇଁ ସମ୍ପୂର୍ଣ୍ଣ ଭାବେ ବାରଣ କରାଯାଇଛି ।ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢିବ,୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ।
ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ କହିଛନ୍ତି ଯେ ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ନ ଛୁଇଁ ବାତ୍ୟା ସମୁଦ୍ର ଉପରେ ଚାଲିଯିବ । ସମୁଦ୍ର ମଧ୍ୟରେ ସମାନ୍ତରାଳ ଭାବେ ଏହା ଓଡ଼ିଶା ଉପକୂଳ ଅତିକ୍ରମ କରିବ । ବାତ୍ୟା ପ୍ରଭାବରେ ୧୦ ତାରିଖ ସଂଧ୍ୟାରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ । ବିଶେଷକରି ୪ ଜିଲ୍ଲା ଗଂଜାମ, ଗଜପତି ଓ ପୁରୀରେ ଏବଂ ତାର ୧୫ଟି ବ୍ଲକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ।
୧୧ ତାରିଖ ଦିନ ମଧ୍ୟ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ସହ ଗଞ୍ଜାମ, ଖୋର୍ଧା, ଜଗତସିଂହପୁର, ପୁରୀ ଓ କଟକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭୦ରୁ ୧୧୦ ମିମି) ବର୍ଷା ସମ୍ଭାବନା ରହିଛି।ତେବେ କାଲି ଭଦ୍ରକ, ବାଲେଶ୍ବର, କଟକ, କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀ ଆଦି ଜିଲ୍ଲା ରେ ବର୍ଷା ହେବ।ରାଜ୍ୟକୁ ପବନ ହେବା ନେଇ କୌଣସି ୱାସିଂ ନାହିଁ।୧୨ ତାରିଖରେ ୬ଟି ଜିଲ୍ଲା ଭଦ୍ରକ, ବାଲେଶ୍ବର, କଟକ, କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀରେ ବର୍ଷା ନେଇ ଆଶଙ୍କା।
ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।